୪ଜିଲ୍ଲା ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ୱର :  ୪ଜିଲ୍ଲା ମିଶନ ଶକ୍ତି ମା ମାନଙ୍କୁ ଭେଟିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସ ଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ  ଆଜି ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଥିଲେ । ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ଗୁରୁ ଦାୟିତ୍ୱ କୁ ନିର୍ବାହ କରି ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ  ବ୍ୟକ୍ତିଗତ ତଥା ୫ଟି ସଚିବ  ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଛନ୍ତି  । ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଆସ୍ଥା ରଖି ଜାତୀୟ ପତାକା ପ୍ରସ୍ତୁତ  ପରି ଏକ ଗୁରୁ ଦାୟିତ୍ୱ ଅର୍ପଣ କରିଥିବାରୁ ୪ଜିଲ୍ଲାର ମିଶନ ଶକ୍ତି ମା ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

ad-week
Leave A Reply

Your email address will not be published.