ଓଡ଼ିଶାର ଖଣି ଦୁର୍ନୀତି ‘ଭ୍ରଷ୍ଟାଚାର’ ନୁହେଁ, ଏକ ବିରାଟ ସ୍କାମ: ଅପରାଜିତା

add-all

ଭୁବନେଶ୍ୱର: “ଓଡ଼ିଶାର ଖଣି ଦୁର୍ନୀତି ‘ଭ୍ରଷ୍ଟାଚାର’ ନୁହେଁ, ଏକ ବିରାଟ ସ୍କାମ।” ଏପରି କହି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ସେ କହିଛନ୍ତି, ରାଜ୍ୟରେ ଥିବା ବିଭିନ୍ନ ଖଣି ଘରୋଇ ମାଲିକାନାରେ ରହିଛି। ଏଥିରୁ ବାହାରୁଥିବା ଉଚ୍ଚମାନର ଲୁହାପଥରକୁ ନିମ୍ନମାନର ବୋଲି ଦର୍ଶାଯାଉଛି। ଯାହାଫଳରେ କୋଟି କୋଟି ଟଙ୍କାର ରାଜସ୍ୱ କ୍ଷତି ହେଉଛି। ସରକାରୀ କଳ ଓ ଖଣି ମାଲିକମାନେ ମିଳିମିଶି ଏଭଳି ଷଡ଼ଯନ୍ତ୍ର କରୁଛନ୍ତି।

ଉଚ୍ଚମାନର ଲୁହାପଥରକୁ ନିମ୍ନମାନର ଦର୍ଶାଯିବା ଫଳରେ ଫାଇନ୍ସ କ୍ଷେତ୍ରରେ ଲକ୍ଷେ ଟନ୍‌ରେ ୪୧ କୋଟି ଟଙ୍କା କ୍ଷତି ହୋଇଥିବା ବେଳେ  ୧୦ ଲକ୍ଷ ଟନ୍‌ରେ ୪୧୪ କୋଟି କ୍ଷତି ହୋଇଛି। ସେହିପରି ଲମ୍ପ୍ସ କ୍ଷେତ୍ରରେ ଲକ୍ଷେ ଟନ୍‌ ୬୨ କୋଟି ଓ ୧୦ ଲକ୍ଷ ଟନରେ ୬୨୬ କୋଟି ଟଙ୍କା କ୍ଷତି ହୋଇଛି। ନିମ୍ନମାନର ଲୁହାପଥର ଦର୍ଶାଇ ରପ୍ତାନୀ ହେବାରୁ ଏକ୍ସପୋର୍ଟ ଡ୍ୟୁଟି କମିଛି। ନିମ୍ନମାନର ଉତ୍ପାଦନ ଦ୍ୱାରା ବିକ୍ରି ମୂଲ୍ୟ ମଧ୍ୟ କମିଛି ବୋଲି ଭୁବନେଶ୍ୱର ସାଂସଦ ଅଭିଯୋଗ କରିଛନ୍ତି।

ସେ ଆହୁରି କହିଛନ୍ତି, ୨୦୧୯-୨୦ ଆର୍ଥିକ ବର୍ଷରେ ଯେଉଁ ଖଣିରୁ କମ୍ ପରିମାଣର ନିମ୍ନମାନର ଲୁହାପଥର ବାହାରିଥିଲା,  ନିଲାମ ପରେ ୨୦୨୧-୨୨ରେ ସେହିସବୁ ଖଣିରୁ ନିମ୍ନମାନର ଲୁହାପଥର ଅଧିକ ପରିମାଣରେ ବାହାରିଲା। ସେହି ଅନୁସାରେ ରାଜ୍ୟ ସରକାରଙ୍କ ରାଜସ୍ୱ କ୍ଷତି ମଧ୍ୟ ହୋଇଥିଲା।

ad-week
Leave A Reply

Your email address will not be published.