ଆସନ୍ତା ୧୭ ତାରିଖରେ ଓଡିଶା ଆସିବେ ପ୍ରଧାନ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଳିତ

add-all

କେନ୍ୟୁଜ୍:   ଓଡ଼ିଶା ଆସୁଛନ୍ତି ପ୍ରଧାନ ବିଚୀରପତି। ଆସନ୍ତା ୧୭ ତାରିଖରେ ଓଡିଶା ଆସିବେ ପ୍ରଧାନ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଳିତ। କଟକସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ନବମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ।

ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଏମ୍‌. ଆର ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ତଥା ଓଡିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର କୁଳାଧିପତି ଜଷ୍ଟିସ ଡକ୍ଟର ଏସ୍‌. ମୁରଲୀଧର ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରିବେ। ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଡି. ୱାଇ ଚନ୍ଦ୍ରଚୁଡ଼ ଏହି ସମାବର୍ତ୍ତନ ଉତ୍ସବରେ ସମ୍ମାନୀତ ଅତିଥି ଭାବେ ଯୋଗ ଦେବେ ବୋଲି ଓଡିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି

ad-week
Leave A Reply

Your email address will not be published.