ସୃଷ୍ଟି ହେଲା ଘୁର୍ଣ୍ଣିବଳୟ, ୨୦ରେ ଲଘୁଚାପ ସମ୍ଭାବନା

add-all

ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଂଚଳରେ ବାୟୁମଣ୍ଡଳର ୪.୫ ରୁ ୫.୬ କିମି ମଧ୍ୟରେ ଆଜି ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତୀ ଉତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସୂଚନା ଅନୁଯାୟୀ, ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଂଚଳରେ ଲଘୁଚାପ ସୃଷ୍ଟି ହେବ। ଯାହାର ପ୍ରଭାବରେ ୧୯ ଏବଂ ୨୦ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ୧୮ ଏବଂ ୧୯ରେ ରାଜ୍ୟରେ ପ୍ରବଳ ବର୍ଷା, ୨୦ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.