ଦେବୀଙ୍କ ପୀଠରେ ଚାଲିଛି ଷୋଡ଼ଶ ଉପଚାର ପୂଜା

ଦେବୀଙ୍କ ପୀଠରେ ଚାଲିଛି ଷୋଡ଼ଶ ଉପଚାର ପୂଜା। ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ଏହି ପୂଜା ଦୁର୍ଗାଷ୍ଟମୀରେ ଶେଷ ହେବ। ଏହି ସମୟରେ ମା’ଙ୍କୁ ପ୍ରତ୍ୟେକ ଦିନ ଷୋଡ଼ଶ ଉପଚାରରେ ପୂଜା କରାଯିବ ସହ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ ।

ତେବେ ଷୋଳ ପୂଜା ପାଇଁ ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳାଙ୍କ ପୀଠ ଚଳଚଞ୍ଚଳ । ଝଙ୍କଡ଼ ସ୍ଥିତ ମା’ ଶାରଳାଙ୍କ ପୀଠରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଏହି ଅବସରରେ ପ୍ରତ୍ୟେହ ମା’ ଜଗତ ଜନନୀଙ୍କୁ ବିଭିନ୍ନ ବେଶରେ ସୁସଜିତ କରାଯିବା ସହ ସନ୍ଧ୍ୟାରେ ସୁନା ବେଶ କରାଯାଇ ଷୋଡଶ ଉପଚାର ପୂଜା, ଚଣ୍ଡୀ ପାଠ ଆଦି କରାଯାଉଛି ।

ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜା, କେନ୍ଦୁଝର ଜିଲ୍ଲାର ମା’ ତାରିଣୀଙ୍କ ପୀଠରେ ଷୋଡ଼ଶ ଉପଚାର ପୂଜା ଚାଲିଛି । ବାଙ୍କୀର ଅଧିଷ୍ଟାତ୍ରୀ ଦେବୀ ମା’ ଚର୍ଚ୍ଚିକାଙ୍କ ପୀଠରେ ଷୋଡ଼ଶ ଉପଚାର ପୂଜା ଚାଲିଛି । ଷୋଳ ପୂଜା ପାଇଁ ବାଙ୍କୀର ଅଧିଷ୍ଠାତ୍ରୀ ଦେବୀ ମା’ ଚର୍ଚ୍ଚିକାଙ୍କ ପୀଠ ଚଳଚଞ୍ଚଳ। ଏହି ଦିନ ମାନଙ୍କରେ ମା’ ବିଭିନ୍ନ ବେଶରେ ସୁସଜ୍ଜିତ ହେଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥାନ୍ତି ।

ସେହିପରି କଟକ ଚଣ୍ଡୀ ପୀଠ ମଧ୍ୟ ଷୋଡ଼ ପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି । ପୂଜା ପାଇଁ ଦେବୀ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି । ପ୍ରତିବର୍ଷ ପରି ଚଳିତ ବର୍ଷ ଗତକାଲି ମୂଳାଷ୍ଟମୀ ଠାରୁ ଆରମ୍ଭ ହୋଇଥିବା ଏହି ଶାରଦୀୟ ପାର୍ବଣ ପୂଜା ମହାଷ୍ଟମୀ ପର୍ଯ୍ୟନ୍ତ ୧୬ଦିନ ଚାଲିବ । ଏହି ସମୟରେ ମା’ଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁଙ୍କ ମନସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ବିଶ୍ବାସ ରହିଛି ।

ad-week
Leave A Reply

Your email address will not be published.