ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା: ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

add-all

ଭୁବନେଶ୍ବର: ଖୁବ ଶୀଘ୍ର ଦେଶରୁ ମୌସୁମୀର ଲେଉଟାଣି। ଆଗାମୀ ୩ଦିନ ମଧ୍ୟରେ ମୌସୁମୀ ଫେରିବା ପାଇଁ ପାଗ ଅନୁକୂଳ ରହିଛି। ଦେଶର ଉତ୍ତର ପଶ୍ଚିମ ଭାଗରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ହେବ। ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସେପଟେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହେଉଛି। ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସକାଳୁ ସକାଳୁ ଟ୍ଵିନ୍‌ ସିଟିରେ ଲଗାଣ ବର୍ଷା ଆରମ୍ଭ ହୋଇଛି।

ଦକ୍ଷିଣ ଉପକୂଳ ଓଡ଼ିଶାରେ କିଛି ଜିଲ୍ଲାରେ ଲାଗିରହିଛି ବର୍ଷାର ପ୍ରଭାବ। ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ ଓ ୨୧ରେ ବିସ୍‌ୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ଆଜି ୧୭ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଉପକୂଳ ଅଶାନ୍ତ ସମ୍ଭାବନା ପାଇଁ ମତ୍ସ୍ୟଜୀବୀଙ୍କୁ ୨୦ରୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ad-week
Leave A Reply

Your email address will not be published.