ବିଶିଷ୍ଟ କଥାକାର ଗୌରହରି ଦାସ ପାଇବେ ଶାରଳା ପୁରସ୍କାର

add-all

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ, ଗାଳ୍ପିକ, ଔପନ୍ୟାସିକ, ସ୍ତମ୍ଭକାର ତଥା କଥାକାର ଗୌରହରି ଦାସ ପାଇବେ ଶାରଳା ପୁରସ୍କାର। ଶାରଳା ପୁରସ୍କାର ବାବଦରେ ତାଙ୍କୁ ଉତ୍ତରୀୟ, ମାନପତ୍ର, ଫଳକ ସହ ୫ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ। ତାଙ୍କର ସାହିତ୍ୟ କୃତି ‘ବାଘ ଓ ଅନ୍ୟାନ୍ୟ ଗଳ୍ପ‘ ପାଇଁ ତାଙ୍କୁ ଶାରଳା ପୁରସ୍କାର ପ୍ରଦାନ କରାଯିବ। ଇମ୍ଫା ଚାରିଟେବଲ ଟ୍ରଷ୍ଟ ପ୍ରଦତ୍ତ ମର୍ଯ୍ୟଦାଜନକ ଶାରଳା ପୁରସ୍କାର ଆସନ୍ତା ଅକ୍ଟୋବର ୨୬ରେ ଏକ ବର୍ଣ୍ଣାଢ଼୍ୟ ଉତ୍ସବରେ ପ୍ରଦାନ କରାଯିବ। ଏନେଇ ବିଜେପି ଜାତୀୟ ଉପାଧ୍ୟକ୍ଷ ତଥା ଆସାମ ପ୍ରଭାରୀ ବୈଜୟନ୍ତ ପଣ୍ଡା ଟୁଇଟ୍‌ କରି ସୂଚନା ଦେଇଛନ୍ତି।

ଶ୍ରୀ ପଣ୍ଡା ଟୁଇଟ୍‌ କରି ଲେଖିଛନ୍ତି ଯେ, ଗୌରହରି ଦାସଙ୍କ ରଚିତ ପୁସ୍ତକ ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ଇମ୍ପାକ୍ଟ ଦ୍ବାରା ସମ୍ମାନଜନକ ଶାରଳା ପୁରସ୍କାର ପାଇବାକୁ ମନୋନୀତ ହୋଇଥିବା କେନ୍ଦ୍ର ସାହିତ୍ୟ ଅକାଦେମି ପୁରସ୍କାରପ୍ରାପ୍ତ ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ, ଗାଳ୍ପିକ, ଔପନ୍ୟାସିକ, ସ୍ତମ୍ଭକାର ତଥା କଥାକାର ଗୌରହରି ଦାସଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଅଶେଷ ଶୁଭକାମନା। ଆସନ୍ତା ଅକ୍ଟୋବର ୨୬ ତାରିଖରେ ଏକ ଭବ୍ୟ ସମାରୋହରେ ଶ୍ରୀ ଦାସଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଇମ୍ଫା ଚାରିଟେବୁଲ ଟ୍ରଷ୍ଟ ତରଫରୁ ଉତ୍ତରୀୟ, ସମ୍ମାନପତ୍ର ଓ ଫଳକ ସହ ୫ ଲକ୍ଷ ଟଙ୍କା ନଗଦ ରାଶି ସହିତ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ।
ସେହିପରି ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ପ୍ରଦାନ ନେଇ ଘୋଷଣା ହୋଇଛି। ୨୦୨୨ ପାଇଁ ଅନ୍ତର୍ଜାତୀୟ ଖ୍ୟାତିସଂପନ୍ନ ଚିତ୍ରକର ପ୍ରଫୁଲ୍ଲ ମହାନ୍ତି ଓ ଓଡ଼ିଶୀ ସଂଗୀତ ସାଧକ ଗୁରୁ ଘନଶ୍ୟାମ ପଣ୍ଡାଙ୍କୁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ-୨୦୨୨’ ପ୍ରଦାନ କରାଯିବ। ଉଭୟଙ୍କୁ ଦେଢ଼ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଓ ମାନପତ୍ର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।

ad-week
Leave A Reply

Your email address will not be published.