କେନ୍ଦୁଝର ଶିଶୁ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ: ସିଡିଏମଓଙ୍କୁ ନବରଙ୍ଗପୁରକୁ ବଦଳି

add-all

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଶିଶୁ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସିଡିଏମଓଙ୍କୁ ନବରଙ୍ଗପୁରକୁ ବଦଳି। ସିଡିଏମଓ ସୁଜାତାରାଣୀ ମିଶ୍ରଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ବଦଳି କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେନ୍ଦୁଝର ଏଡିଏମଓ କିଶୋର ଚନ୍ଦ୍ର ପୃଷ୍ଟିଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସିଡିଏମଓ ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ନିର୍ଦ୍ଦେଶ ହୋଇଛି।

ସେପଟେ ସିଡିଏମଓଙ୍କ ବଦଳିକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଘଟଣା ଦିନ ଦାୟିତ୍ୱରେ ଥିବା ଡାକ୍ତର ଓ ଅନ୍ୟ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ସ୍ଥାନୀୟ ବାସିନ୍ଦା।ସେପ୍ଚେମ୍ବର ୧୮ ତାରିଖରେ ୨୪ ଘଣ୍ଟାରେ ୪ଜଣ ଶିଶୁଙ୍କ ମୃତ୍ୟୁ ପରେ ହଇଚଇ ସୃଷ୍ଟି ହୋଇଥିଲା।

ad-week
Leave A Reply

Your email address will not be published.