ଜ଼ିଲ୍ଲାସ୍ତରୀୟ ଯୁବଉତ୍ସବ କାର୍ଯ୍ୟକ୍ରମ

youtube

ଫୁଲବାଣୀ : ଫୁଲବାଣୀ ସହରର ସ୍ଥାନୀୟ ଗାନ୍ଧୀସ୍ମୃତି ଭବନ ଫୁଲବାଣୀ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଜ଼ିଲ୍ଲାସ୍ତରୀୟ ଯୁବ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବରେ ଉପ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ଶେଷ ଦେବ ମିଶ୍ର ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜ଼ିଲ୍ଲା କ୍ରୀଡା ଅଧିକାରୀ ରାକେଶ କୁମାର ନାୟକ ,ବ୍ଲକ ଉନୟନ ଅଧିକାରୀ ପ୍ରବୀଣ କୁମାର ବାଣୁଆ , ଅଧ୍ୟାପକ ବୈକୁଣ୍ଠ ନାଥ ସ୍ୱାଇଁ ,ସାଂସଦଙ୍କ ପ୍ରତିନିଧି ଜଳନ୍ଧର ବେହେରା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କହଁର , ଏବଂ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା ଯୁବ ଅଧିକାରୀ ନଭନିତ କୁମାର,ସହ କର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଯୋଗ ଦେଇ ଥିଲେ l ଅନୁଷ୍ଠିିତ କାର୍ଯ୍ୟକ୍ରମକୁ କନ୍ଧମାଳ ଜ଼ିଲ୍ଲାର ବିଭିନ୍ନ ବ୍ଲକରୁ ୫୦୦ ସହ ଯୁବକ ଓ ଯୁବତୀ ଅଂଶ ଗ୍ରହଣ କରିଥିଲେ l ଯୁବ ଗୋଷ୍ଠୀ ମାନଙ୍କ ମଧ୍ୟରେ ଚିତ୍ରାଙ୍କନ, କବିତା, ମୋବାଇଲ ଫୋଟଗ୍ରାଫି, ବକୃତା,ଯୁବ ସମ୍ବାଦ, ସାଂସ୍କୃତିକ କାର୍ଯ୍ୟକ୍ରମ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଥିଲା l ମୁଖ୍ୟ ଅତିଥି ଅନୁଷ୍ଠିତ ଦିବସର ମୁଖ୍ୟ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବିଷୟରେ ଉପସ୍ଥିତ ଯୁବ ଭାଇ ଓ ଭଉଣୀ ମାନଙ୍କୁ ଅବଗତ କରିଥିଲେ l ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତି ଯୋଗୀ ମାନଙ୍କୁ ଟ୍ରଫି, ପ୍ରମାଣ ପତ୍ର, ଏବଂ ଅର୍ଥ ରାଶି ପ୍ରଦାନ କରାଯାଇଥିଲା l ନେହେରୁ ଯୁବ କେନ୍ଦ୍ର ଫୁଲବାଣୀର ଜ଼ିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର ଅନୁଷ୍ଠିତ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ ଓ ଉଦ୍ଦେଶ୍ୟ ଏବଂ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀର କାର୍ଯ୍ୟକ୍ରମ ବିଷୟରେ ତା ସହ ଯେଉଁ ପ୍ରତିଯୋଗୀ ମାନେ ପ୍ରଥମ ସ୍ଥାନ ଅଧିକାରୀ କରିଛନ୍ତି ଆଗାମୀ ଦିନରେ ରାଜ୍ୟ ସ୍ତରୀୟ ପ୍ରତି ଯୋଗିତାରେ ଅଂଶ ଗ୍ରହଣ କରିବେ ବୋଲି ଅବଗତ କରିଥିଲେ l ବୈଠକରେ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀର ସହ କର୍ମୀ ସତ୍ୟବାନ ଦଳବେହେରା ମୁଖ୍ୟ ଅତିଥି,ଅନ୍ୟାନ୍ୟ ଅତିଥି ଓ ଉପସ୍ଥିତ ଯୁବକ ଭାଇ ଓ ଭଉଣୀ ମାନଙ୍କୁ ସ୍ୱାଗତ କରିଥିବା ବେଳେ ମନୋଜ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରି ଥିଲେ l

Leave A Reply

Your email address will not be published.