ବିଜେଡିର ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା

add-all

ଭୁବନେଶ୍ୱର ୦୬।୧୦: ବିଜେଡିର ପକ୍ଷରୁ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ନାଁ ଘୋଷଣା କରାଯାଇଛି। ଦଳ ପକ୍ଷରୁ ୨୫ ଜଣ ନେତାଙ୍କୁ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି। କେତେକ ନେତାଙ୍କୁ ୨ଟି ଲେଖାଏଁ ଜିଲ୍ଲାର ଦାୟିତ୍ବ ଦିଆଯାଇଛି।

ତେବେ ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲା ଦାୟିତ୍ବ ଦିଆଯାଇଛି। ପ୍ରଣବ ପ୍ରକାଶ ଦାସଙ୍କୁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ଏବଂ ଅତନୁ ସବ୍ୟସାଚୀ ନାୟକଙ୍କୁ ଗଜପତି ଓ ରାୟଗଡ଼ା ଦାୟିତ୍ବ ଦିଆଯାଇଛି। ସୁଶାନ୍ତ ସିଂଙ୍କୁ ବଲାଙ୍ଗିର ଓ ଦେବଗଡ଼ ଜିଲ୍ଲା ଦାୟିତ୍ବ ଦିଆଯାଇଛି। ଦିବ୍ୟଶଙ୍କର ମିଶ୍ରଙ୍କୁ କୋରାପୁଟ ଓ ମାଲକାନଗିରି ଜିଲ୍ଲା ଦାୟିତ୍ବ ଦିଆଯାଉଛି।

ସେହିପରି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ପୁରୀ ଜିଲ୍ଲା, ନବ ଦାସଙ୍କୁ କଳାହାଣ୍ଡି, ଅଶୋକ ପଣ୍ଡାଙ୍କୁ ଯାଜପୁର, ପ୍ରଫୁଲ ମଲ୍ଲିକଙ୍କୁ କେନ୍ଦ୍ରାପଡ଼ା, ଉଷା ଦେବୀଙ୍କୁ କଟକ, ପ୍ରତାପ ଦେବଙ୍କୁ ବାଲେଶ୍ବର, ପ୍ରଶାନ୍ତ ମୁଦୁଲିଙ୍କୁ ଅନୁଗୁଳ, ଅରୁଣ ସାହୁଙ୍କୁ ଜଗତସିଂହପୁର ଜିଲ୍ଲା ଦାୟିତ୍ବ ଦିଆଯାଇଛି।

ad-week
Leave A Reply

Your email address will not be published.