ବାତ୍ୟା ପାଇଁ ପ୍ରସ୍ତୁତ ରୁହ : ବିଭିନ୍ନ ବିଭାଗର ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

add-all

ଭୁବନେଶ୍ବର: ବାତ୍ୟା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ନିର୍ଦ୍ଦେଶ। ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରିଥିଲେ ମୁଖ୍ୟ ସଚିବ ସୁରେଶ ମହାପାତ୍ର। ଏଥିରେ ବିଭିନ୍ନ ବିଭାଗର ସଚିବଙ୍କ ସହ ଅଗ୍ନିଶମବାହିନୀ, ODRAF ଓ NDRFର ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେଷ। ଚଳିତ ମାସ ଠାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅପସରି ଯିବା। ପ୍ରତିବର୍ଷ ମୌସୁମାର ଅପସାରଣ ବେଳେ ଓଡ଼ିଶାରେ ଭୀଷଣ ବାତ୍ୟା ଅନୁଭୁତ ହୁଏ।

ବେଳେବେଳେ ଏହି ସମୟ ଅବଧି ଡିସେମ୍ବର ୧୫ ପର୍ଯ୍ୟନ୍ତ ମଧ୍ୟ ରହିଥାଏ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟ ସଚିବ ବାତ୍ୟା-ଋତୁ ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଧାରିତ ଏସ୍‌ଓପି ଅନୁଯାୟୀ ଆବଶ୍ୟକୀୟ ପଦାର୍ଥ, ଯନ୍ତ୍ରପାତି, ଉପକରଣ ଏବଂ ମାନବ ସମ୍ବଳ ଆଦିର ମାନଚିତ୍ର ପ୍ରସ୍ତୁତ ସହ ସେସବୁକୁ ପୂର୍ଣ୍ଣ କର୍ମକ୍ଷମ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶାର ବର୍ତ୍ତମାନ ଜଳବାୟୁ ସ୍ଥିତି ବାତ୍ୟା ଅନୁକୂଳ ରହିଛି। କିନ୍ତୁ ଆସନ୍ତା ୧୫ ଦିନ ଭିତରେ ବାତ୍ୟାର ସୂଚନା ନାହିଁ ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ଏଚ୍‌. ଆର. ବିଶ୍ୱାସ। ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତିର ବିଭିନ୍ନ ଦିଗ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ।

ad-week
Leave A Reply

Your email address will not be published.