ଆଇଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ନୟାଗଡ଼ ଜିଲ୍ଲାପାଳ

add-all
କୁଲକର୍ଣ୍ଣି ଆଶୁତ୍ତୋଷ ହେଲେ ବ୍ରହ୍ମପୁର ଉପଜଲ୍ଲାପାଳ…

ଭୁବନେଶ୍ବର/ବ୍ରହ୍ମପୁର : ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସୋମବାର ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁସାରେ ନୟାଗଡ଼ ଜିଲ୍ଲାପାଳଙ୍କର ବଦଳି ହୋଇଛି। ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କୁ ଓଡ଼ିଶା ରାଜ୍ୟ ମେଡିକାଲ ନିଗମରେ ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଡ. ଟୁଡୁ ନୟାଗଡ଼ ଜିଲ୍ଲାରେ ଜିଲ୍ଲାପାଳ ଭାବେ ୩ ବର୍ଷରୁ ଅଧିକ ସମୟ ହେବ କାର୍ଯ୍ୟ କରିଆସୁଥିଲେ। ଶ୍ରୀମତୀ ଟୁଡୁଙ୍କ ସ୍ଥାନରେ ରାଜ୍ୟ ନିର୍ବାଚନ କମିସନ ସଚିବ ରବୀନ୍ଦ୍ରନାଥ ସାହୁଙ୍କୁ ନୟାଗଡ଼ ଜିଲ୍ଲାପାଳ ଦାୟିତ୍ବ ମିଳିଛି।

ସେହିପରି ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଜିଲ୍ଲାପାଳ ତଥା ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଆଦିତ୍ୟ ଗୋୟଲଙ୍କୁ ବରଗଡ଼ ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ତାଲିମ ଶେଷ କରିବା ପରେ ୨୦୨୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ କୁଲକର୍ଣ୍ଣି ଆଶୁତୋଷଙ୍କୁ ବ୍ରହ୍ମପୁର ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ଆଇଏଏସ୍‌ ଫେଜ୍‌-୨ ତାଲିମ ସରିବା ପରେ ମଧୁମିତାଙ୍କୁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା, ବେଦଭୂଷଣଙ୍କୁ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼, ଚଭନ କୁନାଲ ମୋତିରାମଙ୍କୁ ବାଲେଶ୍ବର ଓ ବିଭୂତି ଭୂଷଣ ନାୟକଙ୍କୁ କୁଚିଣ୍ଡା ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।

ad-week
Leave A Reply

Your email address will not be published.