
ଭୁବନେଶ୍ୱର ୧୪/୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୩୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୫ ଜଣ, ଖୋର୍ଦ୍ଧାରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, କଟକରୁ ୧୦ ଜଣ, କଳାହାଣ୍ଡି, ନୂଆପଡ଼ାରୁ ୫ ଜଣ, ବାଲେଶ୍ବରରୁ ୪ ଜଣ, ବରଗଡ଼, ବଲାଙ୍ଗୀର, ଯାଜପୁର,ଝାରସୁଗୁଡ଼ା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୩୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୨୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୫୪୪୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୯୯୧୬୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।