ବାଲେଶ୍ବର, ମୟୁରଭଂଜ ଓ ଜଗତସିଂହପୁର ଜିଲ୍ଲାର ମିଶନ ଶକ୍ତି ମା’ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ ବାଲେଶ୍ବର, ମୟୁରଭଂଜ ଓ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ବ୍ଲକ ଫେଡେରେସନର ମିଶନ ଶକ୍ତି ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଭୁବନେଶ୍ବରକୁ ସେମାନେ ପ୍ରଶିକ୍ଷଣ ପାଇଁ ଆସିଥିବା ଅବସରରେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ମିଶନ ଶକ୍ତି କାର୍ଯ୍ୟକ୍ରମରେ ସେମାନଙ୍କର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଏହାଦ୍ବାରା ସେମାନଙ୍କର ଦକ୍ଷତା ବୃଦ୍ଧି ହେବା ସହିତ ବିଭିନ୍ନ ବ୍ୟବସାୟ ଜରିଆରେ ଆର୍ଥିକ ଉନ୍ନତି ଆସିପାରିଛି। ନିଜେ ରୋଜଗାର କରିପାରୁଥିବା ଯୋଗୁ ଆଜି ସମାଜରେ ସେମାନଙ୍କର ପ୍ରତିଷ୍ଠା ବୃଦ୍ଧି ପାଇଛି ବୋଲି ସେମାନେ ଖୁସି ପ୍ରକାଶ କରିଥିଲେ ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନଙ୍କ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିପାରିଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ କାମର ପ୍ରଶଂସା କରିବା ସହିତ ଓଡିଶାର ବିକାଶରେ, ବିଶେଷକରି ଗ୍ରାମାଞ୍ଚଳର ମା ମାନେ ବହୁତ ଭଲ କାମ କରୁଛନ୍ତି ଓ ଆଗକୁ ଏହିପରି କାମ ଜାରି ରଖିବେ ବୋଲି ସେ ଆଶାପ୍ରକାଶ କରିଥିଲେ। ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ ।

ad-week
Leave A Reply

Your email address will not be published.