
ଦାରିଙ୍ଗବାଡ଼ି : (୧୮/୧୦) କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ରେ ଆଜି ବିଜେଡ଼ିର ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ପଦଯାତ୍ରା ବୁଡ଼ାଗୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ବାହାରି ବୁଡ଼ାଗୁଡ଼ା ବଜାର ପରିକ୍ରମା କରି ହାଟପଦା ଠାରେ ପହଞ୍ଚିଥିଲେ l ସେଠାରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା ।ଏଥିରେ ଅଞ୍ଚଳର ବିଜେଡ଼ି ନେତା, କର୍ମୀ ଏବଂ ପ୍ରତିନିଧି ମାନେ ମଞ୍ଚାସିନ ହୋଇ ବକ୍ତବ୍ୟ ରଖିଥିଲେ । ଏହି କାର୍ଯ୍ୟକ୍ରମରେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ହଜାର ହଜାର ମହିଳା ଓ ପୁରୁଷ ବିଜେଡ଼ି କର୍ମୀ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜି ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗ ଦେଇ କାର୍ଯ୍ୟକ୍ରମ ର ଉଦେଶ୍ୟ ଉପରେ ବକ୍ତବ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ସହିତ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ରୋଦନ ମଳିକ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ଟିକାବାଲି ବ୍ଲକ ଅଧ୍ୟକ୍ଷ ଦିଲିପ କଂହର, ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ, ଜିଲ୍ଲା ଉପ ସଭାପତି କ୍ଳେଶ ପ୍ରଧାନ, ବିଜେଡ଼ି ବ୍ଲକ ସଭାପତି ଜ୍ୟୋତିରାଜ ପ୍ରଧାନ, ସାଂସଦ ପ୍ରତିନିଧି ଅକ୍ଷୟ କୁମାର ନାୟକ, ସରପଞ୍ଚ ତାତୁରା ପ୍ରଧାନ, ସମିତି ସଭ୍ୟ ଶ୍ରୀକାନ୍ତ ପ୍ରଧାନ, ଶ୍ରାନିକେତା ସରପଞ୍ଚ ଗଙ୍ଗା ପ୍ରଧାନ , ରମାକାନ୍ତ ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ସଭା କାର୍ଯ୍ୟକ୍ରମ କୁ ପୂର୍ବତନ ବ୍ଲକ ସଭାପତି ଦିଲିପ ମଳିକ ପରିଚାଳନ କରିବା ସହ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ