
ଦାରିଙ୍ଗବାଡ଼ି ୨୧/୧୦ : ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲି ପଞ୍ଚାୟତର ପ୍ରାଥମିକ ବିଦ୍ୟାଳୟରେ ଆଞ୍ଚଳିକସ୍ତରୀୟ ଶିଶୁ ମହୋତ୍ସବ ୨୦୨୨ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସ୍ୱାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏଥିରେ ସିଆଙ୍ଗବାଲି ସରପଞ୍ଚ ଆନ୍ଦ୍ରିକ ପ୍ରଧାନ ମୁଖ୍ୟ ଅତିଥି ଭାବେ ରହିଥିବା ବେଳେ ସମ୍ମାନିତ ଅତିଥି ଭାବେ ପ୍ରଧାନ ଶିକ୍ଷକ ପାଣ୍ଡବ ପାଟମାଝି, ପ୍ରଧାନ ଶିକ୍ଷୟିତ୍ରୀ ସୁମିତ୍ରା ପ୍ରଧାନ, ମହେଶକ ପ୍ରଧାନ, ପ୍ରଧାନ ଶିକ୍ଷକ ପ୍ରଶାନ୍ତ ସାହୁ, ପ୍ରଭାକର ଖୁଣ୍ଟିଆ, ଜନନୀ ମଳିକ, ଅଚ୍ୟୁତ ପତି, ରଞ୍ଜନ ପଣ୍ଡା ସମେତ ଅନ୍ୟ ଶିକ୍ଷକ ଓ ଶିକ୍ଷୟତ୍ରୀ ପ୍ରମୁଖ ମଞ୍ଚାସୀନ ରହିଥିଲେ। କାର୍ଯ୍ୟକ୍ରମରେ ୯ ଟି ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଚିତ୍ରାଙ୍କନ, ବିତର୍କ, ରଚନା, ସଙ୍ଗୀତ, କୁଇଜ, ଚିତ୍ରକଳା ପ୍ରଦର୍ଶନ ଓ ୯ ଟି ଗୋଷ୍ଠି ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏଥିରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିପାରିବେ ବୋଲି ଜଣାପଡିଛି। ଏହାକୁ ସିଆରସିସି କଇନ ପ୍ରଧାନ ପରିଚାଳନା କରିଥିବା ବେଳେ ସମସ୍ତ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ସେହିଭଳି ସିଆଙ୍ଗବାଲି , ସିମନ୍ ବାଡ଼ି , ଭ୍ରମରବାଡ଼ି, ଦନେକ ବାଡ଼ି, ଦାସିଙ୍ଗବାଡ଼ି ସମେତ ବ୍ଲକର ୨୩ ଟି କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ଜଣାପଡିଛି।