ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୬ କୋଭିଡ୍ ପଜିଟିଭ୍

add-all

ଭୁବନେଶ୍ୱର ୦୨।୧୧: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୧୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୬୯୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୫୧୪୮୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ad-week
Leave A Reply

Your email address will not be published.