ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ତ୍ରିବିକ୍ରମ ବେଶ

add-all

ପୁରୀ ୦୬।୧୧ : ଆଜି ପଞ୍ଚୁକର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେଉଛି। ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ଏହି ବେଶ କରିଥାନ୍ତି।

ତେବେ ଆଡ଼ିକିଆ ବା ତ୍ରିବିକ୍ରମ ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲାଗି କରାଯାଏ। ଏହି ଚୂଳ ଦୁଇଟି ସୋଲ, କନା, ବେତ, ଜରି, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ। ଏହାସହ ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ। ମା’ ସୁଭଦ୍ରାଙ୍କ ସମେତ ଦୁଇ ଭାଇଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ। ବିଭିନ୍ନ ସ୍ୱର୍ଣ୍ଣ ଅଳଙ୍କାର ଯଥା ଘାଗଡାମାଳି, ବରକୋଳିମାଳି, ପଦ୍ମମାଳି, ଗିନିମାଳି, ପଦକମାଳି, ଶ୍ରୀପୟର, ଶ୍ରୀଭୁଜ, ହରିଡ଼ାମାଳି, ବାହାଡାମାଳି ସମେତ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ବିଗ୍ରହମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ।

ତେଣୁ ଏହି ବେଶ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି। ଶ୍ରୀମନ୍ଦିର ଦର୍ଶନରେ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। 

ad-week
Leave A Reply

Your email address will not be published.