
ଭୁବନେଶ୍ୱର ୧୦/୧୧: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗାର୍ଡ ଅପ୍ ଅନର ସହ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା ଦେଇ ତାଙ୍କୁ ବିମାନବନ୍ଦରରେ ସ୍ୱାଗତ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ପ୍ରମୁଖ ଉପସ୍ଥିତ ରହି ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଥିଲେ ।