ଆସନ୍ତା ୫ ତାରିଖରେ ସକାଳ ୭ ଟାରୁ ଅପରାହ୍ନ ୪ ଘଣ୍ଟା ପର୍ଯ୍ୟନ୍ତ ହେବ ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ

add-all

ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନ ଅବଧି ହ୍ରାସ ପାଇଛି। ଆସନ୍ତା ୫ ତାରିଖରେ ସକାଳ ୭ ଟାରୁ ଅପରାହ୍ନ ୪ ଘଣ୍ଟା ପର୍ଯ୍ୟନ୍ତ ଭୋଟଦାନ କରାଯିବ। ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ଶୀତ ଦିନ ଏବଂ ମାଓବାଦୀ ଅଞ୍ଚଳ ହୋଇଥିବାରୁ ଭୋଟିଂ ସମୟ ହ୍ରାସ କରାଯାଇଛି।
ପଦ୍ମପୁର ଉପନିର୍ବାଚନ ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକ ପରେ ଏ ନେଇ ସୂଚନା ଦେଇଛନ୍ତି ରାଜନୈତିକ ଦଳ। ସେପଟେ ସ୍ଵଚ୍ଛ, ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ଦାବି କରିଛନ୍ତି। ବିରୋଧୀ ମାନେ ଅବାଧ ଓ ନିରପେକ୍ଷ ନିର୍ବାଚନ ହେଉନି ବୋଲି ଅଭିଯୋଗ କରିଛନ୍ତି। ଜବାବରେ ଶାସକ ଦଳ କହିଛି ଯେ ନିର୍ବାଚନ ପ୍ରକ୍ରିୟା ନିୟମ ଅନୁସାରେ ହେଉଛି ।

ଉଲ୍ଲେଖଯୋଗ୍ୟ, ପଦ୍ମପୁର ବିଧାନସଭାର ଉପନିର୍ବାଚନ ପାଇଁ ପଦ୍ମପୁର ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର ତ୍ରିଲୋଚନ ପାତ୍ର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ୧୦ ତାରିଖ ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ଦିନ ୧୧ରୁ ୩ ଟା ଭିତରେ ମନୋନୟ ଦାଖଲ ପ୍ରକ୍ରିୟା ଜାରି ରହିବ। ୧୮ ତାରିଖରେ ମନୋନୟନ ପତ୍ର ଯାଞ୍ଚ କରାଯିବ ଏବଂ ୨୧ ତାରିଖ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସମୟ ରହିଛି ବୋଲି ରିଟର୍ଣ୍ଣିଂ ଅଫିସର କହିଛନ୍ତି।

ad-week
Leave A Reply

Your email address will not be published.