ଶିଶୁ ମନ୍ଦିରରେ ବିର୍ସାମୁଣ୍ଡା ଜୟନ୍ତୀ ପାଳିତ

add-all

ବୁଗୁଡା : ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ବିର୍ସାମୁଣ୍ଡା ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନାଚାର୍ଯ୍ୟ ରବିନ୍ଦ୍ର କୁମାର ଦାଶଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଳଦେବଜୀଉ ମହିଳା ମହାବିଦ୍ୟାଳୟର ଅଧ୍ୟାପକ ବିଭୂତି ଭୂଷଣ ମିଶ୍ର ଏବଂ ସମ୍ମାନିତ ଅତିଥି ଭାବେ ବାଲିପଦର ବନପାଳ ସୁକାନ୍ତ ପଟ୍ଟନାୟକ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ବିର୍ସାମୁଣ୍ଡାଙ୍କ ସଂଗ୍ରାମୀ ଜୀବନୀ ସମ୍ପର୍କେ ଆଲୋକପାତ କରିଥିଲେ । ଏ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ, ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀ ଚୟନ କରାଯାଇଥିଲା । ଗୁରୁମା ରସନା ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଛାତ୍ରୀ ଯୋଗରୂପା ଯୁଗନ୍ତିକା ସାହୁ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିବା ବେଳେ ପରିଶେଷରେ ଗୁରୁମା ଝିଲି ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

ad-week
Leave A Reply

Your email address will not be published.