ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ୧୧ ପ୍ରାର୍ଥୀ

add-all

ବରଗଡ଼/ପଦ୍ମପୁର/ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଛି। ଉପନିର୍ବାଚନ ପାଇଁ ପ୍ରମୁଖ ୩ଟି ଦଳ ସମେତ ୧୧ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ଦାଖଲ କରିଛନ୍ତି। ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା, ଭାରତୀୟ ଜନତା ପାର୍ଟି (ବିଜେପି) ପ୍ରାର୍ଥୀ ବିଧାୟକ ପ୍ରଦୀପ ପୁରୋହିତ, କଂଗ୍ରେସର ପ୍ରାର୍ଥୀ ସତ୍ୟଭୂଷଣ ସାହୁ ଓ ଓଡ଼ିଶା ଜନତା ପାର୍ଟି (ଓଜେପି) ତରଫରୁ ମୁକ୍ତେଶ୍ବର ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଉପନିର୍ବାଚନ ପାଇଁ ଜୟନ୍ତ ଥପା, ଶେଷଦେବ ସାହୁ, ବୃନ୍ଦାବନ ପୁରୋହିତ, ରେବତୀ ଗିରି, ଉଦିତ ବଣ୍ଡିଆ, ଦେବାର୍ଚ୍ଚନ ନାଏକ ଓ ବିଦ୍ୟାଧର ପାଣ୍ଡେ ମଧ୍ୟ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି।

ଏକଥା ସମସ୍ତଙ୍କୁ ଜଣା ଯେ ପଦ୍ମପୁର ଉପନିର୍ବାଚନରେ ବିଜେଡି, ବିଜେପି ଓ କଂ‌ଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ ଅସଲ ଲଢ଼େଇ ହେବ। ସ୍ବର୍ଗତ ବିଧାୟକ ବିଜୟ ରଂଜନ ସିଂ ବରିହା ଜଣେ ଲୋକପ୍ରିୟ ନେତା ହୋଇଥିବାରୁ ତାଙ୍କ ଝିଅ ବର୍ଷାଙ୍କୁ ମତଦାତା ‌ଭୋଟ ଦେଇପାରନ୍ତି। ଅନ୍ୟପଟରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଗତ ବିଧାନସଭା ନିର୍ବାଚନରେ ଦ୍ବିତୀୟ ସ୍ଥାନରେ ଥିଲେ ଏବଂ ସେ ୨୦୧୪ ନିର୍ବାଚନରେ ବିଜୟୀ ହୋଇଥିଲେ। ଚାଷୀଙ୍କ ପାଇଁ ସବୁବେଳେ ଲଢ଼େଇ କରୁଥିବାରୁ ପ୍ରଦୀପ ପୁରୋହିତଙ୍କ ଉପରେ ମଧ୍ୟ ମତଦାତା ଭରସା ରଖିପାରନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ପୂର୍ବରୁ ପଦ୍ମପୁର ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ହୋଇସାରିଥିବାରୁ ତାଙ୍କୁ ମଧ୍ୟ ଭଲ ଭୋଟ ମିଳିପାରେ।

ସୂଚନାଯୋଗ୍ୟ, ପଦ୍ମପୁର ଉପନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ନାମାଙ୍କନ ଭରିଛନ୍ତି। ଏହି ସମୟରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବରଗଡ଼ ସାଂସଦ ସୁରେଶ ପୂଜାରୀ, ବରିଷ୍ଠ ନେତା କନକବର୍ଦ୍ଧନ ସିଂଦେଓ ଓ ଗୋଲକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଦୀପ ପୁରୋହିତ ପ୍ରାର୍ଥୀପତ୍ର ଦାଖଲ କରିବା ପୂର୍ବରୁ ଗୁରୁଜନମାନଙ୍କ ଆଶୀର୍ବାଦ ନେଇଥିଲେ।

ad-week
Leave A Reply

Your email address will not be published.