ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ, ବର୍ଷା ସମ୍ଭାବନା

add-all

ଭୁବନେଶ୍ୱର ୨୦।୧୧ : ସୃଷ୍ଟି ହେଲା ଅବପାତ। ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ଓ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଅବପାତରେ ପରିଣତ ହୋଇଛି l ଏହା ତୀବ୍ରତା ବଜାୟ ରଖିବା ସହ ୪୮ ଘଣ୍ଟା ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ -ପୁଡ଼ୁଚେରୀ ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବନା ରହିଛି।

ତେବେ ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ କୋହଲା ପାଗ ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ଶୁଷ୍କ ଥଣ୍ଡା ବାୟୁ ପ୍ରଭାବରେ ତଳ ମୁହାଁ ରହିଛି ପାରଦ। ଜି. ଉଦୟଗିରିରେ ୮ ଡ଼ିଗ୍ରୀ, କିରେଇରେ ୯.୫ ଡିଗ୍ରୀ, ଫୁଲବାଣୀରେ ୯.୬ ଡ଼ିଗ୍ରୀ, ଦାରିଙ୍ଗବାଡିରେ ୧୦ଡ଼ିଗ୍ରୀ, କୋରାପୁଟରେ ୧୦ ଡ଼ିଗ୍ରୀ, ଦେବଗଡରେ ୧୨.୫ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ad-week
Leave A Reply

Your email address will not be published.