ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

add-all

ଫୁଲବାଣୀ : ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଫୁଲବାଣୀ ଗୋଷ୍ଠୀ ଶିକ୍ଷା ବିଭାଗ ତରଫରୁ ଏଜେଓ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସରେ ଅନୁଷ୍ଠିତ ହୋଇଯାଇଛି। ଫୁଲବାଣୀ ବ୍ଲକରେ ଅଧ୍ୟୟନ କରୁଥିବା ସମସ୍ତ ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କୁ ନେଇ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଛାତ୍ରଛାତ୍ରୀଙ୍କ ସହିତ ଅଭିଭାବକ ମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ, ସଙ୍ଗୀତ,ମାନସିକ ଦକ୍ଷତା,ମ୍ୟୁଜିକଚେୟାର,ନାଚ,ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଓ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମକୁ ଫୁଲବାଣୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜନ କୁମାର କହଁର ଆନୁଷ୍ଠାନିକ ଉଦଘାଟନ କରିଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡଙ୍ଗୀ ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେବା ସହିତ ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରିଥିଲେ ତା ସହିତ ଯେଉଁ ମାନଙ୍କ ନିହାତି ଆବଶ୍ୟକ ସେହି ଛାତ୍ରଛାତ୍ରୀ ମାନଙ୍କୁ ଟ୍ରାଇ ସାଇକେଲ,ଆଶା ବାଡ଼ି,ଓ ଅନ୍ୟାନ୍ୟ ଭିନ୍ନକ୍ଷମ ସହାୟତା ସରଞ୍ଜାମ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ସିଆରସିସିମାନେ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସହଯୋଗ ରେ ସଫଳ ରୂପାୟନ ହୋଇଥିବା ବେଳେ ଶିକ୍ଷକ ସୁକାନ୍ତ କୁମାର ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ଓ ବିଆସିସି ତଥା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅମୂଲ୍ୟ କୁମାର ଜେନା କାର୍ଯ୍ୟକ୍ରମର ଉଦେଶ୍ୟ ସହିତ ଧନ୍ୟବାଦ ଅର୍ପଣ କରିଥିଲେ।

ad-week
Leave A Reply

Your email address will not be published.