ଓକିଲଙ୍କ ଧର୍ମଘଟ ସ୍ଥଗିତ

add-all

ସମ୍ବଲପୁର: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ହୋଇଥିବା ଓକିଲଙ୍କ ଧର୍ମଘଟ ଆଜି ସନ୍ଧ୍ୟାରେ ସ୍ଥଗିତ ହୋଇଛି। ପଶ୍ଚିମ ଓଡ଼ିଶା କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଓ ସମସ୍ତ ବାର ଆସୋସିଏସନ୍‌ ପକ୍ଷରୁ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ଏହି ନିଷ୍ପତ୍ତି ନିଆଯାଇଥିବା ନେଇ ସମ୍ବଲପୁର ଜିଲ୍ଲା ବାର୍‌ ଆସୋସିଏସନ୍‌ର ସଂପାଦକ ବିଜିତେନ୍ଦ୍ରୀୟ ପ୍ରଧାନ ଓ ସୁନ୍ଦରଗଡ଼ ଜିଲ୍ଲା ବାର୍‌ ଆସୋସିଏସନ୍‌ର ଆବାହକ ଅଶୋକ କୁମାର ଦାଶ ସୂଚନା ଦେଇଛନ୍ତି।

ପଶ୍ଚିମ ଓଡ଼ିଶାରେ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆଶାବାଦୀ ଅଛି ବୋଲି କ୍ରିୟାନୁଷ୍ଠାନ କମିଟି କହିଛି। ସେହିପରି କମିଟି ଆନ୍ଦୋଳନ ସ୍ଥଗିତ ରଖିବା ସହିତ ସୁପ୍ରିମକୋର୍ଟଙ୍କ ଉପରେ ପୂର୍ଣ୍ଣ ଆସ୍ଥା ପ୍ରକଟ କରିଛି। ଏନେଇ କମିଟି କେନ୍ଦ୍ର, ରାଜ୍ୟ ସରକାର ଓ ହାଇକୋର୍ଟଙ୍କ ଉପରେ ମଧ୍ୟ ଭରସା ରଖିଛି।

ସୂଚାଯୋଗ୍ୟ ସମ୍ବଲପୁରରେ ଆଇନ୍‌ଜୀବୀଙ୍କ ଆନ୍ଦୋଳନ ସୋମବାର ବ୍ୟାପକ ରୂପ ନେଇଥିଲା। ଓଡ଼ିଶା ପୁଲିସକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ସମ୍ବଲପୁର ପୁଲିସ କାର୍ଯ୍ୟାନୁଷ୍ଠାନ ନେଇଥିଲା। ସମ୍ବଲପୁର କୋର୍ଟ ପରିସର ପୁଲିସ ଛାଉଣୀରେ ପରିଣତ ହୋଇଥିଲା। ଆଜି ପର୍ଯ୍ୟନ୍ତ ୧୭ ଜଣ ଆଇନଜୀବୀ ଗିରଫ ହୋଇଥିଲେ। କୋର୍ଟ ଅଂଚଳରେ ୧୪୪ ଧାରା ଲାଗୁ କରାଯାଇଥିବାବେଳେ ୨୧ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଥିଲେ।

ad-week
Leave A Reply

Your email address will not be published.