ରାଜଧାନୀରେ ଦୁଇ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

add-all

ଭୁବନେଶ୍ୱର: ଅଶାନ୍ତ ହେଉଛି ରାଜଧାନୀ ଭୁବନେଶ୍ୱର। ଦିନ ଦି’ପହରରେ ବୁଲିଲା ଖଣ୍ଡା। ନୟାପଲ୍ଲୀ ଥାନା ସିଆର୍‌ପି ଛକରେ ଦୁଇ ଜଣ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ତେବେ ଆକ୍ରମଣର ପ୍ରକୃତ କାରଣ ଜଣାପଡ଼ି ନଥିବା ବେଳେ ପୂର୍ବ ଶତ୍ରୁତାରୁ ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ଗୁରୁତର ଦୁଇ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। କମିଶରେଟ୍‌ ପୁଲିସ୍‌ ଘଟଣାର ତଦନ୍ତ ଚଳାଇଛି। ବର୍ତ୍ତମାନ ସୁଦ୍ଧା ପୁଲିସ୍‌ ଆକ୍ରମଣ କରିଥିବା ଯୁବକଙ୍କୁ ଗିରଫ କରିପାରି ନାହିଁ। ସେମାନଙ୍କ ପରିଚୟ ମଧ୍ୟ ମିଳିପାରି ନାହିଁ। ଅଭିଯୁକ୍ତଙ୍କୁ ପୁଲିସ୍‌ ଧରିବା ପାଇଁ ଉଦ୍ୟମ ଆରମ୍ଭ କରିଛି।

ad-week
Leave A Reply

Your email address will not be published.