ୟୁରୋ ସ୍କୁଲ ପକ୍ଷରୁ ତୃତୀୟ ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

add-all

ଛତ୍ରପୁର : ୟୁରୋ ସ୍କୁଲ ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମ ପରିସରରେ ଚାଲିଥିବା ଦୁଇ ଦୁନିଆ ତୃତୀୟ ବାର୍ଷିକ କ୍ରୀଡା ଉତ୍ସବ ମଙ୍ଗଳବାର ଉଦଘାଟିତ ହୋଇଯାଇଛି । ଦି ନ୍ୟୁ ଏଜ ଏ ୟୁରୋ ସ୍କୁଲର ମୁଖ୍ୟ ପୃଷ୍ଠ ପୋଷକ ସସ୍ମିତା ମହାପାତ୍ର ଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥୀ ଭାବେ ଗଂଜାମ ଏସପି ବ୍ରିଜେଶ କୁମାର ରାୟ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ସହିତ କୁନି କୁନି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଏହା ସହିତ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନେ ପାଠ ଏବଂ ଖେଳ ସହ ବିଭିନ୍ନ କ୍ଷେତ୍ରରେ ସ୍କୁଲ ସୁନାମ ଆଣିବା ନିମନ୍ତେ ସେ ପରାମର୍ଶ ଦେଇଥିଲେ । ସ୍କୁଲର ମୁଖ୍ୟ ରଂଜନ କୁମାର ମହାପାତ୍ର କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଆଲୋକପାତ କରିବା ସହ ସ୍କୁଲର ବିଭିନ୍ନ ଜନହିତକର କାର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ଖେଳ ପ୍ରତିଯୋଗିତା ର କୃତୀ ଖେଳାଳୀ ମାନଙ୍କୁ ମୁଖ୍ୟ ଅତିଥୀଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲ।। ଆଜିର ସମସ୍ତ କାର୍ଯ୍ୟକ୍ରମକୁ ସ୍କୁଲର ପ୍ରିନ୍ସପାଲ ପ୍ରମୋଦ କୁମାର ମିଶ୍ର, କ୍ରୀଡା ଶିକ୍ଷକ ସନ୍ତୋଷ କୁମାର ଗୈାଡ ଙ୍କ ସମେତ ଅନ୍ୟାନ୍ୟ ଶିକ୍ଷକ /ଶିକ୍ଷୟତ୍ରୀ ଏବଂ କର୍ମଚାରୀ ମାନେ ପରିଚାଳନାରେ ସହଯୋଗ କରିଥିଲେ ।

ad-week
Leave A Reply

Your email address will not be published.