ପିଅନର ଟାଙ୍ଗିଆ ଚୋଟରେ ଶିକ୍ଷକଙ୍କ ମୃତ୍ୟୁ…

add-all

ମାଲକାନଗିରି : ପିଅନର ଟାଙ୍ଗିଆ ଚୋଟରେ ଶିକ୍ଷକଙ୍କ ମୃତ୍ୟୁ। ଘଟଣାଟି ଘଟିଛି ମାଲକାନଗିରି ଜିଲ୍ଲା ସଦର ମହକୁମା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ। ମୃତ ଶିକ୍ଷକଙ୍କ ନାଁ ନିରାକାର ସେଠୀ।

ମିଳିଥିବା ସୂଚନା ଅନୁଯାୟୀ, କୌଣସି କଥାକୁ ନେଇ ଶିକ୍ଷକ ନିରାକାର ସେଠୀ ଓ ପିଅନ ନରେଶ କ୍ଷତ୍ରୀୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ନରେଶ ଉତ୍‌କ୍ଷିପ୍ତ ହୋଇ ଏକ ଟାଙ୍ଗିଆରେ ନିରାକାରଙ୍କୁ ଆକ୍ରମଣ କରିଥିଲେ।

ନିରାକାରଙ୍କୁ ଗୁରୁତର ଅବସ୍ଥାରେ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

ଡାକ୍ତରଙ୍କ କହିବା ଅନୁଯାୟୀ, ନିରାକାରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଆରମ୍ଭ ହେବା ପୂର୍ବରୁ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ପୁଲିସ୍ ଅଭିଯୁକ୍ତ ନରେଶ କ୍ଷତ୍ରୀୟଙ୍କୁ ଅଟକ ରଖି ପଚରାଉଚରା କରୁଛି। ପୁଲିସ୍ ପକ୍ଷରୁ ଏହି ଘଟଣା ନେଇ କିଛି ପ୍ରତିକ୍ରିୟା ଦିଆଯାଇ ନାହିଁ।

ad-week
Leave A Reply

Your email address will not be published.