ଆଉ ଦୁଇଦିନ ଜାଡ଼ରେ ଥରିବ ସାରା ରାଜ୍ୟ: ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରି କମିବ

add-all

ଭୁବନେଶ୍ୱ: ଜାଡ଼ରେ ଆହୁରି ଦୁଇ ଦିନ ଥରିବ ରାଜ୍ୟର ଅଧିକାଂଶ ଜିଲ୍ଲା। ରାତିର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ କମିବ। ଆଜି ଓ ଆସନ୍ତାକାଲି କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ରବିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଶୀତର ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ରବିବାର ସକାଳ ସାଢ଼େ ୮ଟାରୁ ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ୱଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୋଳ ଓ  ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଶୀତର ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ad-week
Leave A Reply

Your email address will not be published.