ଶ୍ରୀଲଙ୍କା ବିପକ୍ଷ ଦିନିକିଆ ଶୃଙ୍ଖଳାରୁ ଜସପ୍ରୀତ ବୁମରାଙ୍କୁ ବାହାର କଲା ବିସିସିଆଇ…

add-all

ନୂଆଦିଲ୍ଲୀ: ଶ୍ରୀଲଙ୍କା ବିପକ୍ଷ ଆଗାମୀ ଦିନିକିଆ ଶୃଙ୍ଖଳା ପୂର୍ବରୁ ଭାରତକୁ ଏକ ବଡ଼ ଝଟକା ଲାଗିଛି। କିଛି ଦିନ ତଳେ ଶ୍ରୀଲଙ୍କା ବିପକ୍ଷ ଆଗାମୀ ଦିନିକିଆ ଶୃଙ୍ଖଳାରେ ଜସପ୍ରୀତ ବୁମରା ଖେଳିବେ ବୋଲି ବିସିସିଆଇ ଟ୍ବିଟ କରି ସୂଚନା ଦେଇଥିଲା। ହେଲେ ଏବେ ବିସିସିଆଇ ନିଜ ନିଷ୍ପତ୍ତି ବଦଳାଇଛି। ଜସପ୍ରୀତ ବୁମରାଙ୍କ ପିଠିରେ ସମସ୍ୟା ହେତୁ ତାଙ୍କୁ ଏତେ ଶୀଘ୍ର ମଇଦାନକୁ ଆଣିବା ଉଚିତ୍ ହେବ ନାହିଁ ବୋଲି ବିସିସିଆଇ ଚିନ୍ତା କରୁଥିବା ଚର୍ଚ୍ଚା ହେଉଛି।
ପୂର୍ବରୁ ଏସିଆ କପ୍ ୨୦୨୨ରେ ପିଠିରେ ସମସ୍ୟା ହେତୁ ବାଦ୍ ପଡିଥିବା ଦ୍ରୁତ ବୋଲର ଜସପ୍ରୀତ ବୁମରାଙ୍କୁ ତରବରିଆ ଭାବେ ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜରେ ସାମିଲ କରାଯାଇଥିଲା କିନ୍ତୁ ପରେ ଏହି ସମସ୍ୟା ଜଟିଳ ହେବାରୁ ସେ ଟି-୨୦ ବିଶ୍ୱକପରୁ ବାଦ ପଡିଥିଲେ। ଏବେ ସେଭଳି ଭୁଲ ନକରି ବିସିସିଆଇ ତାଙ୍କୁ ବିଶ୍ରାମ ଦେବାକୁ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ଶୃଙ୍ଖଳାରେ ସାମିଲ କରୁନଥିବା କୁହାଯାଉଛି।
ବୁମରା ହଟିବା ପରେ ଏବେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ଶୃଙ୍ଖଳାରେ ଭାରତ ପକ୍ଷରୁ ଖେଳିବାକୁ ଥିବା କ୍ରିକେଟରମାନେ ହେଲେ ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ ଅୟର, କେ.ଏଲ୍ ରାହୁଲ (ୱିକେଟ୍ କିପର), ଇଶାନ କିଶନ (ୱିକେଟ୍ କିପର), ହାର୍ଦ୍ଦିକ ପାଣ୍ଡ୍ୟା (ଉପ-ଅଧିନାୟକ), ୱାଶିଂଟନ୍ ସୁନ୍ଦର, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ, ଅକ୍ଷର ପଟେଲ, ମହମ୍ମଦ ଶାମି, ମହମ୍ମଦ ସିରାଜ, ଉମ୍ରାନ ମଲିକ, ଅର୍ଶଦୀପ ସିଂ।

ତେବେ ଏନେଇ ବିସିସିଆଇ ପକ୍ଷରୁ କୌଣସି ଟ୍ବିଟ କରାଯାଇନଥିବା ବେଳେ ନ୍ୟୁଜ୍ ଏଜେନ୍ସି ପିଟିଆଇର ଏକ ରିପୋର୍ଟରେ ଏହି ସୂଚନା ଦିଆଯାଇଛି।

ad-week
Leave A Reply

Your email address will not be published.