ଆଗାମୀ ୨ ଦିନ ରାଜ୍ୟରେ ପଡ଼ିବ ଘନ କୁହୁଡ଼ି : ୟେଲୋଓ୍ଵାର୍ଣ୍ଣିଂ ଜାରି…

add-all

ଭୁବନେଶ୍ୱର: ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି କାରଣରୁ ଆଗାମୀ ୩ଦିନ ରାଜ୍ୟର ଉପକୂଳରୁ ନେଇ ଉପାନ୍ତ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ଘନକୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି ବୋଲି ଆଜି (ଶୁକ୍ରବାର) ଅପରାହ୍ଣରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଜାରି ହୋଇଥିବା ସତର୍କ ସୂଚନା ଅନୁଯାୟୀ ୧୩ ତାରିଖ ମଧ୍ୟରାତ୍ରରୁ ୧୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଅନୁଗୁଳ, ଢ଼େଙ୍କାନାଳ, କଟକ, କେନ୍ଦୁଝର, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବ। ସେହିପରି ୧୪ ତାରିଖ ମଧ୍ୟରାତ୍ରରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବ।

ଉପକୂଳ ସମେତ ଉପାନ୍ତ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା ୨୦୦ରୁ ୫୦ ମିଟର ମଧ୍ୟରେ ରହିବାକୁ ଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍‌ କମିସନ(ଏସ୍‌ଆରସି)ଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିିମାନଙ୍କୁ ସତର୍କ କରାଯାଇଛି। ଘନ କୁହୁଡ଼ି ସମୟରେ ଜାତୀୟ ଓ ରାଜ୍ୟ ରାଜପଥରେ ଦୁର୍ଘଟଣା ରୋକିବାକୁ ପୁଲିସ ଓ ପରିବହନ ଅଧିକାରୀମାନେ ଗାଡ଼ି ପରିଚାଳନା ଉପରେ ଗୁରୁତ୍ୱ ଦେବେ। ରାସ୍ତା ଦୁର୍ଘଟଣା ଏଡ଼ାଇବା ଦିଗରେ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ ଏସ୍‌ଆରସିଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି।

ad-week
Leave A Reply

Your email address will not be published.