କଂଗ୍ରେସ ଏମପିଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୋଦି

add-all

ନୂଆଦିଲ୍ଲୀ: ଆଜି ସକାଳେ ପଞ୍ଜାବର ଫିଲୌର୍‌ଠାରେ ଭାରତ ଯୋଡ଼ୋ ଯାତ୍ରା ବେଳେ କଂଗ୍ରେସର ଜଳନ୍ଧରର କଂଗ୍ରେସ ସାଂସଦ ଚୌଧୁରୀ ସନ୍ତୋଖ ସିଂହଙ୍କର ମୃତ୍ୟୁ ଘଟିଛି। ହୃଦଘାତ କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ମୋଦି ଟ୍ୱିଟ୍‌ କରି ଲେଖିଛନ୍ତି ଯେ, ଏମପିଚୌଧୁରୀ ସନ୍ତୋଖ ସିଂହଙ୍କ ମୃତ୍ୟୁରେ ମୁଁ ଗଭୀର ମର୍ମାହତ । ପଞ୍ଜାବ ଲୋକଙ୍କର ସେବା ଓ ସମର୍ପଣ ଭାବ ପାଇଁ ସେ ଚିରସ୍ମରଣୀୟ ହୋଇ ରହିବେ।
ତାଙ୍କ ପରିବାର ଓ ସମର୍ଥକଙ୍କ ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି ବୋଲି ମୋଦି ଟ୍ୱିଟ୍‌ କରି ଲେଖିଛନ୍ତି। ଆଜି କଂଗ୍ରେସ ନେତା ରାହୁଲ୍‌ ଗାନ୍ଧିଙ୍କ ସହିତ ପଦଯାତ୍ରା କରୁଥିବା ବ‌େଳେ ଚୌଧୁରୀ ସନ୍ତୋଖ ସିଂହଙ୍କ ହଠାତ୍‌ ଅସୁସ୍ଥତା ଅନୁଭବ କରିଥିଲେ। ତୁରନ୍ତ ଆମ୍ବୁଲାନ୍‌ସ୍‌ ଯୋଗେ ତାଙ୍କୁ ଲୁଧିଆନାର ଫଗ୍‌ୱାରାସ୍ଥିତ ବିର୍କ ହସ୍ପିଟାଲ୍‌କୁ ନିଆଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇବା ପରେ ରାହୁଲ୍‌ ଗାନ୍ଧି ଭାରତ ଯୋଡ଼ୋ ଯାତ୍ରା ବାତିଲ କରିଥିଲେ।
ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ୍ ସାଂସଦ ସନ୍ତୋଖ ସିଂହ ଚୌଧୁରୀଙ୍କର ଦେହାନ୍ତ ଖବର ପାଇ ଶୋକ ବ୍ୟକ୍ତ କରିଛନ୍ତି। ଜଳନ୍ଧରର କଂଗ୍ରେସ ସାଂସଦ ଚୌଧୁରୀ ସନ୍ତୋଖ ସିଂହଙ୍କର ଅକାଳ ବିୟୋଗ ଯୋଗୁଁ ଅତ୍ୟନ୍ତ ଦୁଃଖିତ। ତାଙ୍କର ଆତ୍ମା ଶାନ୍ତି ଲାଭ କରୁ ବୋଲି ଟୁଇଟ୍ କରି ଲେଖିଛନ୍ତି। ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍ ଅମରିନ୍ଦର ସିଂହ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି।

ad-week
Leave A Reply

Your email address will not be published.