ଶନିବାର ପୂର୍ବାହ୍ନରେ ରାଜ୍ୟ କ୍ୟାବିନେଟ…

add-all

ଭୁବନେଶ୍ୱର:ଆସନ୍ତା ଶନିବାର ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ପ୍ରାୟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ମିଳିଥିବା ସୂଚନା ଅନୁଯାୟୀ ବୈଠକରେ କ୍ରୀଡ଼ା ଓ ଯୁବସେବା, ପଞ୍ଚାୟତିରାଜ, ଉଚ୍ଚଶିକ୍ଷା, ସାଧାରଣ ପ୍ରଶାସନ ବିଭାଗ, ସ୍ବାସ୍ଥ୍ୟ, ଜଳ ସମ୍ପଦ, କୃଷି ଆଦି ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ। ବିଶେଷକରି ପାନୀୟ ଜଳ ପ୍ରକଳ୍ପ, କ୍ୟାଡର ରୁଲ୍‌ ସଂଶୋଧନ, ନଦୀବନ୍ଧ ଯୋଜନା ପ୍ରକଳ୍ପ ଆଦି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.