ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ବାଲିଶଙ୍କରା ବ୍ଲକରେ ଯୁଗ୍ମ ଜନଶୁଣାଣି…

add-all

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ବାଲିଶଙ୍କରା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଯୋଗଦେଇ ଜନସାଧାରଣଙ୍କ ପକ୍ଷରୁ ଆସିଥିବା ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ।

ଏହି ଜନଶୁଣାଣିରେ ମୋଟ ୫୬ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୭ଟି ଅଭିଯୋଗର ସମାଧାନ ଜନଶୁଣାଣି ସ୍ଥଳରେ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ତୁରନ୍ତ ବିଚାରକରି ସମସ୍ୟାର ସମାଧାନ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ବାଲିଶଙ୍କରା ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତରୁ ଲୋକମାନେ ଏହି ଜନଶୁଣାଣିରେ ଯୋଗ ଦେଇଥିଲେ। ସେମାନେ ସେମାନଙ୍କ ଅଞ୍ଚଳର ବିଭିନ୍ନ ସମସ୍ୟା ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ସେଥିମଧ୍ୟରେ ରହିଥିଲା ନୂତନ ରାସ୍ତା ନିର୍ମାଣ, ପୁରୁଣା ରାସ୍ତା ମରାମତି, ଆଲୋକୀକରଣ, ଭତ୍ତା, ଆବାସ ଯୋଜନାରେ ଘର ଆଦି ପ୍ରମୁଖ ସମସ୍ୟା।

ଏହି ଜନଶୁଣାଣି ବେଳେ ୨ ଜଣ ହିତାଧିକାରୀଙ୍କୁ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ରାଶି ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମନୋଜ ସତ୍ୟବାନ ମହାଜନ, ଅତିରିକ୍ତ ଏସପି ସୁରେନ୍ଦ୍ର ମାଝି, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସରୋଜ କୁମାର ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପଧାନ, ଉପଜିଲ୍ଲାପାଳ ଦାଶରାଥି ସରାବୁ, ଜିଲ୍ଲା ପରିଷଦ ସଭ୍ୟା ଜୟନ୍ତୀ ଏକ୍କା, ଡେପୁଟି କଲେକ୍ଟର (ଜରୁରିକାଳୀନ) କୁନ୍ତୀରାଣୀ ନାଏକ, ବାଲିଶଙ୍କରା ବ୍ଲକ ବିଡିଓ ଜ୍ୟୋତିର୍ମୟୀ ପ୍ରଧାନଙ୍କ ସହିତ ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀମାନେ ଯୋଗ ଦେଇଥିଲେ।

ad-week
Leave A Reply

Your email address will not be published.