ନବ ଦାସଙ୍କୁ ଗୁଳିମାଡ଼ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ…

add-all

ଭୁବନେଶ୍ବର: ଗୁଳିମାଡ଼ର ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଉପରକୁ ଗୁଳିମାଡ଼ ଘଟଣାକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବ ଦାସଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ ଦେଇଛନ୍ତି।
ଗୁଳିମାଡ଼ର ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କୁ ଭୁବନେଶ୍ବରକୁ ଏୟାରଲିଫ୍ଟିଂ ପ୍ରକ୍ରିୟା ଜାରି ରହିଛି। ଏବେ ତାଙ୍କୁ ଝାରସୁଗୁଡ଼ା ବିମାନବନ୍ଦରରୁ ଭୁବନେଶ୍ବରର ଆପୋଲୋ ହସ୍ପିଟ‌ାଲକୁ ଅଣାଯାଉଛି।

ବ୍ରଜରାଜନଗରରେ ଜଣେ ପୁଲିସ କର୍ମୀ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ ହୋଇଛି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ କର୍ମୀ ଗୋପାଳ ଦାସ ଗୁଳିମାଡ଼ କରିଥିବା ଜଣାଯାଇଛି।

ad-week
Leave A Reply

Your email address will not be published.