ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୧୩: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୭

add-all

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇ ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୧,୮୧୭ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୧୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୩,୩୬୩ କୋଟିରେ ପହଞ୍ଚିଛି।
ଗତ ୨୪ ‌ଘଣ୍ଟାରେ କୌଣସି ମୃତ୍ୟୁ ରେକର୍ଡ କରାଯାଇ ନ ଥିବାରୁ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୪୫ରେ ଅପରିବର୍ତ୍ତିତ ରହିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୦,୮୦୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୧୭ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୦%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୫୭,୫୩,୦୨୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୩୨,୬୪୯ଟି ନମୁନା।

ad-week
Leave A Reply

Your email address will not be published.