ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ୩ମୃତ, ଜଣେ ଗୁରୁତର…

add-all

କେନ୍ଦୁଝର: ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା । ଚାଲିଗଲା ୩ ଜୀବନ, ଜଣେ ଗୁରୁତର । କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ରୁଟିଶିଳା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚିକିତ୍ସିତ ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଛି ।

ରୁଟିଶିଳା ଗାଁର ସୁଦାମ ସିଂ ନିଜ ଭଣଜାଙ୍କ ସହ ବାଇକରେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।

ad-week
Leave A Reply

Your email address will not be published.