ଧରଣୀଧର ମହାବିଦ୍ୟାଳୟକୁ ମିଳିଲା ବିଶ୍ଵବିଦ୍ୟାଳୟ ମାନ୍ୟତା

add-all

କେନ୍ଦୁଝର: କେନ୍ଦୁଝର ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟ ମାନ୍ୟତା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ଭିଡିଓ ବାର୍ତ୍ତା ଜରିଆରେ ଏନେଇ ଘୋଷଣା କରିଛନ୍ତି। ବାରିପଦା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ଅଧୀନରେ ଥିବା ଡିଡି କଲେଜ୍ ଏବେ ବିଶ୍ବବିଦ୍ୟାଳୟ ହୋଇଛି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି।

ଏଠାରେ ଉଲ୍ଲେଖଯୋଗ୍ୟ, ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଗସ୍ତ କରି ଜିଲାବାସୀଙ୍କୁ ପ୍ରାୟ ୪୭୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟିଦେବେ। ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଉଦ୍‌ଘାଟନ କରିବେ ଓ ପରେ ସାଧାରଣ ସଭାରେ ଯୋଗ ଦେବେ ନବୀନ। ତେବେ ଗସ୍ତ ପୂର୍ବରୁ ଆଜି କେନ୍ଦୁଝରବାସୀଙ୍କୁ ଏହି ବଡ଼ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଜିଲାବାସୀଙ୍କ ଦୀର୍ଘ ଦିନର ଦାବୀ ପୂରଣ ହୋଇଛି।

ad-week
Leave A Reply

Your email address will not be published.