ଲୋକନାଥଙ୍କର ପଙ୍କୋଦ୍ଧାର ଏକାଦଶୀ ନୀତି…

add-all

ପୁରୀ : ଆଜି ପଙ୍କୋଦ୍ଧାର ଏକାଦଶୀ । ପୁରୀର ପ୍ରଭୁ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ହେବ । ବର୍ଷର ଆଜି ଗୋଟିଏ ଦିନ ପ୍ରଭୁ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଥାନ୍ତି । ଶ୍ରୀମନ୍ଦିର ସହ ପ୍ରତ୍ୟକ୍ଷ ସଂପୃକ୍ତ ଥିବା ଲୋକନାଥ ମନ୍ଦିରରେ ମହାଶିବରାତ୍ରିର ଗୋଟିଏ ଦିନ ପୂର୍ବରୁ ପଙ୍କୋଦ୍ଧାର ନୀତି କରାଯାଇଥାଏ। ବର୍ଷତମାମ ଫୁଲ, ବେଲପତ୍ର, କ୍ଷୀର, କଦଳୀ, ଦହି, ସୁନାରୂପାରେ ଆଛାଦିତ ହୋଇ ରହୁଥିବା ପ୍ରଭୁ ଲୋକନାଥଙ୍କ ଏହି ସମସ୍ତ ସାମଗ୍ରୀକୁ ବାହାର କରାଯିବ।

ପଙ୍କୋଦ୍ଧାର ଏକାଦଶୀ ଅବସରରେ ମନ୍ଦିର ପରିଚାଳନା ଟ୍ରଷ୍ଟ ବୋର୍ଡ଼ ପକ୍ଷରୁ ଚୁଡାନ୍ତ ନୀତି ନିର୍ଘଣ୍ଟ ଅନୁସାରେ ରାତି ୨ଟାରୁ ଦ୍ୱାର ଫିଟା ପରେ ବିଭିନ୍ନ ନୀତିକାନ୍ତି କରାଯାଇଛି। ସକାଳ ୭ ଟାରୁ ଘଣ୍ଟାଏ ପର୍ଯ୍ୟନ୍ତ ଏକାଦଶୀ ଦର୍ଶନ ହୋଇଥାଏ। ସକାଳ ୮ ଟାରୁ ପଙ୍କୋଦ୍ଧାର ଓ ମାଘ ସ୍ନାନ କରାଯାଇ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ପଙ୍କୋଦ୍ଧାର ଓ ଜାଗର ଅବସରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥାରେ ସାମିଲ ହେବାକୁ ଚାହୁଁଥିବା ଭକ୍ତ ମାନଙ୍କ ପାଇଁ ମନ୍ଦିର ପରିଚାଳନା ଟ୍ରଷ୍ଟ ପକ୍ଷରୁ ଟୋକନ ବ୍ୟବସ୍ଥା କରାଯାଇଛି। ପଙ୍କୋଦ୍ଧାର ଏକାଦଶୀ ଦିନ ୨ହଜାର ଓ ଜାଗର ଯାତ୍ରା ଦିନ ୪ହଜାର ସ୍ୱତନ୍ତ୍ର ଦର୍ଶନ ଟିକେଟ ବିକ୍ରି ହେବାକୁ ଥିବାବେଳେ ଟିକେଟ ଦାମ୍‌ ୧୦୦ ଟଙ୍କା ରଖାଯାଇଛି।

ad-week
Leave A Reply

Your email address will not be published.