ପ୍ରତ୍ୟେକ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବି

add-all

ଫିରିଙ୍ଗିଆ : ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ଙ୍କ ନିର୍ଦ୍ଧାରିତ ରାୟ ଅନୁସାରେ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଆଜି ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରସନ ଫର ଦିବ୍ୟାଙ୍ଗ(ଓଏସ୍ଇଏଫଡ଼ି) କନ୍ଧମାଳ ଜିଲ୍ଲା ଶାଖା ପକ୍ଷରୁ ଫିରିଙ୍ଗିଆ ବ୍ଲକର ବି.ଡ଼ି.ଓ ଙ୍କ ଜରିଆରେ ମାନନୀୟ ମୁଖ୍ୟ ଶାସନ ସଚ଼ିବଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିପତ୍ର ସମୟରେ ଜିଲ୍ଲାର ଦିପ୍ତିମୟୀ ପରିଡା, ଆୟୁଷ୍ମାନ ଚୌଧୁରୀ, ଲକ୍ଷ୍ମୀକାନ୍ତ ବେହେରା, ଦୀପକ ଦିଗଲ ଉପସ୍ଥିତ ଥିଲେ।
ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଏକ ସାଧାରଣ ବିଦ୍ୟାର୍ଥୀ ପରି ସମାନ ଶିକ୍ଷା ପାଇବାର ଆବଶ୍ୟକତା ଏବଂ ଅଧିକାର ରହିଛି।ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଯଥାଶୀଘ୍ର ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାର ଙ୍କୁ ବିନମ୍ର ନିବେଦନ କରାଯିବା ସହ ଏହି ନିଯୁକ୍ତି ଦିଆଗଲେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ଉତ୍ତମ ଶିକ୍ଷା ପାଇ ସମାଜ ର ମୁଖ୍ୟସ୍ରୋତ ରେ ସାମିଲ୍ ହୋଇପାରିବା ସହ ଓଡ଼ିଶାରେ ୬୦୦୦ ରୁ ଉର୍ଦ୍ଦ୍ବ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟତ୍ରୀ ଉପକୃତ ହୋଇପାରିବେ।

ad-week
Leave A Reply

Your email address will not be published.