ରାଜ୍ୟର ପ୍ରମୁଖ ଶୈବପୀଠ ଚଳଚଞ୍ଚଳ…

add-all

ଭୁବନେଶ୍ବର: ଆଜି ମହାଶିବରାତ୍ରି। ଏହି ଉପଲକ୍ଷେ ସାରା ରାଜ୍ୟର ପ୍ରମୁଖ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି। ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ ଶୈବ ପୀଠ ହୁମା ବିମଳେଶ୍ବର ବାବାଙ୍କ ବକ୍ର ମନ୍ଦିର, ପୁରୀର ଲୋକନାଥ ମନ୍ଦିର ଓ ରାଉରକେଲାର ବେଦବ୍ୟାସ ଆଦି ଶୈବପୀଠରେ ଆଜି ଭୋର ସମୟରୁ ହଜାର ହଜାର ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଆଜି ସାରାଦିନ ଉପାସ ରହି ଓ ରାତି ଉଜାଗର ରହି ମହାଶିବରାତ୍ରି ପାଳନ କରୁଛନ୍ତି ଶ୍ରଦ୍ଧାଳୁ। ମହାଦେବଙ୍କ ଦର୍ଶନ ଓ ଜଳଲାଗି କରିବା ପାଇଁ ସବୁ ସ୍ଥାନରେ ଥିବା ଶିବମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି।

ଭଦ୍ରକ ଜିଲ୍ଲା ପ୍ରସିଦ୍ଧ ଶୈବ ପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ବାବାଙ୍କ ଯଥା ରୀତି ପୂଜାଅର୍ଚ୍ଚନା ଆରମ୍ଭ କରାଯାଇଛି। ଜାଗର ଉତ୍ସବ ଓ ମହା ଶିବରାତ୍ରି ପାଇଁ ଉତ୍ସବ ମୁଖର ହୋଇଛି ଆରଡ଼ି ପୀଠ। ଲକ୍ଷାଧିକ ଭକ୍ତଙ୍କ ସମାଗମ ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଜାଗରବ୍ରତଧାରୀଙ୍କଠାରୁ ଆରମ୍ଭ କରି ସବୁ ମହଲରୁ ଲୋକମାନେ ମହାଦୀପ ଦର୍ଶନ ପାଇଁ ଉତ୍କଣ୍ଠାର ସହ ଚାହିଁ ବସିଛନ୍ତି। ଜାଗରବ୍ରତଧାରୀମାନେ ଉପବାସ କରିବା ସହ ମନ୍ଦିରରେ ରାତିସାରା ବସି ଦୀପ ଜାଳିବେ। ମନ୍ଦିର ପରିସରରେ ଯେପରି କୌଣସି ପ୍ରକାର ବିଶୃଙ୍ଖଳା ସୃଷ୍ଟି ନ ହୁଏ, ସେଥିପ୍ରତି ପ୍ରଶାସନ ସଜାଗ ଥିବା ବେଳେ ଆଇନଶୃଙ୍ଖଳା ରକ୍ଷା ପାଇଁ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ad-week
Leave A Reply

Your email address will not be published.