ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୫ତମ ବାର୍ଷିକ ଉତ୍ସବ ପାଳିତ…

add-all

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୫ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ ମୁଖ୍ୟଅତିଥି ଭାବେ ଉପ ଜିଲ୍ଲାପାଳ ଏମଏସ.ମଧୁମିତା ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ସମ୍ମାନିତ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ରୋହିତ ବର୍ମା ,ବାଲିଗୁଡା ଥାନା ଅଧିକାରୀ ବାବା ଶଙ୍କର ସରାଫ, ମୁଖ୍ୟବକ୍ତା ଭାବେ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ,ବିଦ୍ୟାଳୟ ପରିଚାଳନା କମିଟିର ସମ୍ପାଦକ ସେକ ସାଦିକ, ଉପ ସଭାପତି ଡ଼.ବିଚିତ୍ରା ନନ୍ଦ ଆଚାର୍ଯ୍ୟ, ବିଦ୍ୟାଳୟ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ l ସମ୍ପାଦକ ଶ୍ରୀ ସାଦିକ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ l ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରାଯାଇଥିଲା l ଶିକ୍ଷୟିତ୍ରୀ ରଶ୍ମୀପ୍ରଭା ଦାସ ଅତିଥିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରିଥିଲେ ଓ ଶିକ୍ଷକ ଦୀପକ କୁମାର ମୁଖି ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ l ଅତିଥିଙ୍କ ଅଭିଭାଷଣରେ ଅଭିଭାବକ ଅଭିଭାବିକା ମlନେ ଖୁସି ପ୍ରଦାନ କରିଥିବା ବେଳେ ବିଦ୍ୟାଳୟର ବହୁ ପୁରାତନ ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ l ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା l ଶିକ୍ଷୟିତ୍ରୀ ସ୍ମିତାରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l ସନ୍ଧ୍ୟାରେ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମିଳା ବେହେରା, ବ୍ରଜବନ୍ଧୁ ସାହାଣୀ, ଝୁନୁ ପାତ୍ର, ଚାନ୍ଦିନୀ ନାୟକ, ଦିପ୍ତିମୟୀ ପ୍ରଧାନ, ସବିତା ବେହେରା, ମମତା ସେନାପତି, ସାଜଦା ପରବିନ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l

ad-week
Leave A Reply

Your email address will not be published.