୨୬ରେ ଭଦ୍ରକ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

add-all

ଭୁବନେଶ୍ବର: ଆସନ୍ତା ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଆସିବେ ବୋଲି ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ତାଙ୍କର ସୂଚନା ଅନୁଯାୟୀ, ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସମାବେଶରେ ଯୋଗ ଦେବେ। ଏହି ଅବସରରେ ସେ ବିଜେପିର ତୃଣମୂଳ ସ୍ତରର ନେତା ଓ କର୍ମୀଙ୍କ ସହ ଆଲୋଚନା ବି କରିବେ। ଏହାଛଡ଼ା କେନ୍ଦ୍ର ଗୃହମନ୍ତ୍ରୀ ଭଦ୍ରକର କେତେକ ଐତିହାସିକ ସ୍ଥଳ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛ। ଅମିତ ଶାହଙ୍କର ଢେଙ୍କାନାଳ ଓ  ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରବାସ କାର୍ଯ୍ୟକ୍ରମ ରହିଛି। ତେବେ ସେ ଆଗେ ଭଦ୍ରକ ଆସିବେ।

୨୦୨୪  ସାଧାରଣ  ନିର୍ବାଚନ ପାଇଁ ରାଜ୍ୟରେ ରାଜନୈତିକ ଉଷ୍ମତା ଦେଖିବାକୁ ମିଳୁଥିବା ବେଳେ ଉଭୟ ଶାସକ ଓ ବିରୋଧୀ ପରସ୍ପରକୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ କରୁଛନ୍ତି । ଆଉ ଏସବୁ ଭିତରେ ବିଜେପିର ଚାଣକ୍ୟ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ରାଜନୈତିକ ଦୃଷ୍ଟିକୋଣରୁ ବେଶ ଗୁରୁତ୍ୱ ବହନ କରୁଛି। ଯେହେତୁ ପଶ୍ଚିମ ଓଡ଼ିଶାରେ ବିଜେପିର ସଙ୍ଗଠନ ସୁଦୃଢ଼ ଅଛି, ତେଣୁ ଚଳିତ ଗସ୍ତରେ ଉପକୂଳ ଓଡ଼ିଶା ଉପରେ ଫୋକସ କରିଛନ୍ତି ଶାହା । ଯେଉଁଥିପାଇଁ ଲୋକସଭା ପ୍ରବାସ କାର୍ଯ୍ୟକ୍ରମ ପାଇଁ ଭଦ୍ରକ ନିର୍ବାଚନମଣ୍ଡଳୀକୁ ବାଛିଥିବା କୁହାଯାଉଛି ।

ସୂଚନାଯୋଗ୍ୟ, ପୂର୍ବରୁ ଗତବର୍ଷ ଅଗଷ୍ଟ ୮ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶେଷ ଥର ଲାଗି ଓଡ଼ିଶା ଆସିଥିଲେ। ସେ ଦୈନିକ ଖବର କାଗଜ ‘ପ୍ରଜାତନ୍ତ୍ର’ର ୭୫ ବର୍ଷ ପୂର୍ତ୍ତି ଅବସରରେ କଟକର ଇନ୍ଡୋର ଷ୍ଟାଡିୟମରେ ଆୟୋଜିତ ସମାରୋହରେ ଯୋଗଦେଇଥିଲେ।

ad-week
Leave A Reply

Your email address will not be published.