ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା, ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

add-all

ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ। ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା । ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ କନ୍ଧମାଳକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ କୋରାପୁଟରେ ପ୍ରବଳ ପବନ ସହ ବର୍ଷା ହୋଇଛି। ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ବହୁ ସ୍ଥାନରେ ବିଦ୍ୟୁତ ସରବରାହ ବନ୍ଦ ରହିଛି।

ଗତ ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ପାଖାପାଖି ରେକର୍ଡ ହୋଇଛି। ଆଗାମୀ ୨ଦିନ ରେ କୌଣସି ପରିବର୍ତ୍ତନର ସମ୍ଭାବନା ନାହିଁ। ୨ଦିନ ପରି ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ad-week
Leave A Reply

Your email address will not be published.