ଡ୍ରାଇଭରଙ୍କ ଦାବି ପାଇଁ ପରିବହନ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି : ମନ୍ତ୍ରୀ

add-all

ଭୁବନେଶ୍ବର: ୧୦ ଦଫା ଦାବିରେ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ନେଇ ପ୍ରତିକ୍ରିୟା ରଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ପରିବହନ ସଚିବ ଉଷା ପାଢୀ। ପରିବହନ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଡ୍ରାଇଭର ସଂଘର ଦାବିଗୁଡ଼ିକୁ ଆଲୋଚନାକୁ ନିଆଯିବ।

ଡ୍ରାଇଭର ସଂଘର ଦାବି ନେଇ ମୁଖ୍ୟମନ୍ତ୍ରୀ ସକାରାତ୍ମକ ଭାବେ ଚିନ୍ତା କରୁଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ଟୁକୁନି ସାହୁ। ଆଲୋଚନା ମାଧ୍ୟମରେ ସବୁ ସମସ୍ୟାର ସମାଧାନ ହେବ ବୋଲି କହିଛନ୍ତି ପରିବହନ ସଚିବ ଉଷା ପାଢୀ।ଦାବିକୁ ନେଇ ପୂର୍ବରୁ ଆଲୋଚନା ହୋଇଛି। ଆଗକୁ ମଧ୍ୟ ଆଲୋଚନା କରାଯିବ। ଡ୍ରାଇଭରମାନଙ୍କର ବିଭିନ୍ନ ସଂଘ ଅଛି। ଗୋଟିଏ ସଂଘ ଆନ୍ଦୋଳନକୁ ଓହ୍ଲାଇଛି। ସେମାନଙ୍କ ସହ ଆଲୋଚନା ପାଇଁ ଆମେ ରାଜି ବୋଲି କହିଛନ୍ତି ଉଷା ପାଢୀ।

ad-week
Leave A Reply

Your email address will not be published.