ପଶ୍ଚିମା-ଝଡ଼ ପ୍ରଭାବ: ୧୮ରେ କୁଆପଥର ବର୍ଷା

add-all

ଭୁବନେଶ୍ବର: ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ କେତେକ ଅଞ୍ଚଳରେ ମେଘୁଆ ପାଗ ଦେଖାଦେଇଛି। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଏପରି ପାଗ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ୧୮ ତାରିଖରେ ଅଧିକ ସ୍ଥାନରେ ବର୍ଷା ହୋଇପାରେ। ସେହିଦିନ କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ ଓ ମାଲକାନଗିରି ଜିଲ୍ଲା କେତେକ ସ୍ଥାନରେ କୁଆପଥର ବର୍ଷା ହେବା ନେଇ ଚେତାବନୀ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ଘଡ଼ଘଡି, ବିଜୁଳି ସହ ବର୍ଷା ହେବାର ଆଶଙ୍କା ରହିଛି। ସେହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୭ ତାରିଖ ସକାଳ ସାଢ଼େ ୮ଟାରୁ ୧୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡି, ବିଜୁଳି ସହ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୮ ତାରିଖ ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନାରେ ଘଡ଼ଘଡି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ କୁଆପଥର ବର୍ଷା ନେଇ କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ବୁଧବାରଠାରୁ ରାଜ୍ୟରେ ପାଗ କୋହଲା ରହିଛି। ଆଜି ଗଞ୍ଜାମ, ବ୍ରହ୍ମପୁର ଓ ରାଜ୍ୟର କେତେ ସ୍ଥାନରେ ବର୍ଷା ହୋଇନାହିଁ।

ad-week
Leave A Reply

Your email address will not be published.