ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ: ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

add-all

ଭୁବନେଶ୍ୱର: ଆଜି ଦେଖିବାକୁ ମିଳିବ ପଶ୍ଚିମା ଝଡ଼ର ପ୍ରବଳ ପ୍ରଭାବ। ସର୍ବାଧିକ ପ୍ରଭାବ ପାଇଁ ୯ ଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ବିଜୁଳି ଘଡ଼ଘଡ଼ି ସହ କୁଆ ପଥର ବର୍ଷା ପାଇଁ ୯ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଓ ପୁରୀ ଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏହି ସବୁ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏହାସହ କଟକ, ଯାଜପରୁ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ଅନୁମାନ କରାଯାଇଛି। ଏହି ତିନି ଜିଲ୍ଲାର କିଛି ସ୍ଥାନରେ ୭ରୁ ୧୧ ସେମି ବର୍ଷା ହୋଇପାରେ। ବିଶେଷ ଭାବେ ଏହି ସମୟରେ ପବନର ବେଗ ୪୦ରୁ ୪୫ କିମି ବହିବାର ମଧ୍ୟ ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ ।

୧୯ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୦ ତାରିଖ ବେଳକୁ ଧୀରେଧୀରେ ବର୍ଷାର ପରିମାଣ କମିବ ଏବଂ ପୁଣି ପାଗ ପରିବର୍ତ୍ତନ ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଅନ୍ୟପଟେ ଭୁବନେଶ୍ୱରରେ ମେଘୁଆ ପାଗ ସହ କିଛିକିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଓ ବର୍ଷା ହେବ ।

ad-week
Leave A Reply

Your email address will not be published.