ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ…

add-all

ଝାରସୁଗୁଡ଼ା: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଆଜି ଭୋର ସମୟରେ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି। ସେ ଯକୃତ ରୋଗରେ ପୀଡିତ ଥିଲେ। ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ରବିବାର ଭୋର ସମୟରେ ତାଙ୍କର ପରଲୋକ ଘଟିଛି।

ଗତ ୧୬ ତାରିଖରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର ପ୍ରାୟ ୪ଟା ବେଳେ ବୀରେନ୍ଦ୍ର ପାଣ୍ଡେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।

ad-week
Leave A Reply

Your email address will not be published.