ଜିଲ୍ଲାସ୍ତରୀୟ ଜୁନିଅର ରେଡକ୍ରସର ଦୁଇ ଦିନିଆ ଶିକ୍ଷା ଓ ତାଲିମ୍ ଶିବିର

add-all

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏ ଜେ ଓ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଜୁନିଅର ରେଡକ୍ରସର ଦୁଇ ଦିନିଆ ଶିକ୍ଷା ଓ ତାଲିମ୍ ଶିବିର ଉଦଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ବିଶ୍ୱରଞ୍ଜନ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ରାଜ୍ୟ ରେଡକ୍ରସ ଶାଖାରୁ ସରୋଜ କାନ୍ତ ରଥ , ସମ୍ମାନୀତ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଖଜୁରୀପଡା ବିନୋଦ ବିହାରୀ ଦିଗାଲ, ଗୋଷ୍ଠୀ ଉନ୍ନୟନ ଅଧିକାରୀ,ଫିରିଙ୍ଗିଆ ଅଶୋକ କୁମାର ମିଶ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଫୁଲବାଣୀ ରଞ୍ଜନ କୁମାର କହଁର, ଏ ଜେ ଓ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପ୍ରଧାନ, ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ରଙ୍କନିଧି ବେହେରା ଆଦି ଯୋଗଦାନ କରିଥିଲେ।

ଜିଲ୍ଳାର ବିଭିନ୍ନ ବିଦ୍ୟାଳୟର ୧୫୦ ଜଣ ଶିକ୍ଷାର୍ଥୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମ ରେ ଯୋଗଦାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଶିକ୍ଷକ ବିନୋଦ ଚନ୍ଦ୍ର ସାହୁ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମ ମାର୍ଚ୍ଚ ୨୨ ରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଶିକ୍ଷାର୍ଥୀ ମାନଙ୍କୁ ସ୍ୱାସ୍ଥ୍ୟ, ସେବା ଓ ବନ୍ଧୁତା ସମ୍ପର୍କିତ ଅନେକ ତାଲିମ୍ ପ୍ରଦାନ କରାଯିବ। ଏହା ସହ ଶିକ୍ଷାର୍ଥୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା, ଖେଳ ଓ ମନୋରଞ୍ଜନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ। ଏ ଜେ ଓ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ।

ad-week
Leave A Reply

Your email address will not be published.