ସୋନପୁର ଦୁର୍ଘଟଣାରେ ୩ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ କଲେ ଦୁଃଖ ପ୍ରକାଶ…

add-all

ସୋନପୁରର :ସଦର ବ୍ଲକ୍‌ର ଶରଧାବାଲି ସ୍କୁଲଠାରେ କାର୍‌ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ମଧ୍ୟ ଘୋଷଣା କରିଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ad-week
Leave A Reply

Your email address will not be published.